ଭୁବନେଶ୍ୱର – ବର୍ଷ ୨୦୨୦,୨୦୨୧ ଏବଂ ୨୦୨୨ ନିମନ୍ତେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିଜେତାମାନଙ୍କୁ ଆଜି ଅପରାହ୍ନରେ ପୁରସ୍କାର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯିବ । ଓଡ଼ିଶାର ରାଜ୍ୟପାଳ ଶ୍ରୀ ରଘୁବର ଦାସ, ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ ।