ଭୁବନେଶ୍ୱର, ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ପରଲୋକରେ ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ପଛୁଆ ବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗୀୟ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ରାଜନୀତିକୁ ନେଇ ତାଙ୍କ ଅଙ୍ଗୀକାରବଦ୍ଧତା ଏବଂ ବିଭିନ୍ନ ବିଭାଗରେ ତାଙ୍କର କାର୍ଯ୍ୟ ଦକ୍ଷତା ସର୍ବଦା ଚିର ସ୍ମରଣୀୟ ହୋଇ ରହିବ । ସେ ଜଣେ ଦକ୍ଷ ସାଙ୍ଗଠନିକ ନେତା ଥିଲେ । ୨୦୦୦ ମସିହାରୁ ୨୦୦୪ ଯାଏଁ ସେ ନଗର ଉନ୍ନୟନ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିବା ବେଳେ ୨୦୦୪ ମସିହାରୁ ୨୦୦୯ ପର୍ଯ୍ୟନ୍ତ ଉଚ୍ଚ ଶିକ୍ଷା ବିଭାଗର ମନ୍ତ୍ରୀ ଭାବେ ସେ କାର୍ଯ୍ୟରତ ଥିଲେ । ରାଜ୍ୟ ରାଜନୀତିରେ ସମୀର ଦେଙ୍କ ବିୟୋଗ ଏକ ଅପୂରଣୀୟ କ୍ଷତି ବୋଲି କହିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ।
Related Stories
November 21, 2024
November 21, 2024