ଭୁବନେଶ୍ୱର, ପୂର୍ବତନ ମନ୍ତ୍ରୀ ତଥା ଓଡ଼ିଶାର ଅନ୍ୟତମ ବିଶିଷ୍ଟ ବିଜେପି ନେତା ସମୀର ଦେଙ୍କ ବିୟୋଗରେ ଜଙ୍ଗଲ, ପରିବେଶ, ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଗଭୀର ଶୋକ ପ୍ରକାଶ କରିଛନ୍ତି l
ଏକ ଶୋକବାର୍ତ୍ତାରେ ସେ କହିଛନ୍ତି ଯେ, “ସମୀର ଦେଙ୍କ ଅକାଳ ବିୟୋଗରେ ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ l ୧୯୯୫ ରୁ ୨୦୦୯ ମସିହା ପର୍ଯ୍ୟନ୍ତ ସେ କଟକ ସହରର ବିଧାୟକ ଭାବେ ଦାୟିତ୍ୱ ନିର୍ବାହ କରି କଟକ ସହରବାସୀଙ୍କ ବହୁ ସମସ୍ୟା ବିଧାନସଭାରେ ଉତଥାପିତ କରିଥିଲେ l ତିନି ଥର ବିଧାୟକ ରୂପେ ନିର୍ବାଚିତ ହେବା ତାଙ୍କ ଲୋକପ୍ରିୟତାର ଚାକ୍ଷୁସ ପ୍ରମାଣ ଥିଲା l ଦୀର୍ଘ ୩ ଦଶନ୍ଧି ଧରି ଉଭୟ କଟକ ତଥା ରାଜ୍ୟ ରାଜନୀତିରେ ତାଙ୍କର ଭୂମିକା ଉଲ୍ଲେଖନୀୟ ଥିଲା l ଗୃହ ଓ ନଗର ଉନ୍ନୟନ ଏବଂ ଉଚ୍ଚ ଶିକ୍ଷା ମନ୍ତ୍ରୀ ରୂପେ ସେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିମାନ ନେଇଥିଲେ l ଜୀବନବ୍ୟାପୀ ସେ ଲୋକଙ୍କ ସେବା କରିବାରେ ନିଜକୁ ଉତ୍ସର୍ଗ କରିଥିଲେ l ତାଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି l ଜଣେ ସୁଦକ୍ଷ ଓ ଜନସେବା ପ୍ରତି ସମର୍ପିତ ରାଜନେତା ଭାବେ ତାଙ୍କ ଅବଦାନ ସର୍ବଦା ଚିରସ୍ମରଣୀୟ ହୋଇ ରହିବ l
ମନ୍ତ୍ରୀ ଶ୍ରୀ ସିଂ ଖୁଣ୍ଟିଆ କହିଛନ୍ତି ଯେ ,”ଏହି ଦୁଃଖଦ ସମୟକୁ ସାମନା କରିବାକୁ ପ୍ରଭୁ ଜଗନ୍ନାଥ ତାଙ୍କ ପରିବାରବର୍ଗଙ୍କୁ ଅସୀମ ଶକ୍ତି ଓ ଧୈର୍ଯ୍ୟ ପ୍ରଦାନ କରନ୍ତୁ l ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୁଁ ଗଭୀର ସମବେଦନା ଜ୍ଞାପନ କରୁଛି l”