ଭୁବନେଶ୍ୱର, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ସମୀର ଦେ’ ଙ୍କ ବିୟୋଗରେ ମନ୍ତ୍ରୀ ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଗଭୀର ଶୋକ ପ୍ରକାଶ କରିଛନ୍ତି।
ଜଣେ ଲୋକପ୍ରିୟ ରାଜନେତା ଭାବେ ସୁଖ୍ୟାତି ଅର୍ଜନ କରିଥିବା ସ୍ବର୍ଗତ ଦେ ଉଚ୍ଚ ଶିକ୍ଷା ଓ ନଗର ଉନ୍ନୟନ ଭଳି ବିଭାଗରେ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରି ଅନେକ ଉନ୍ନୟନ ମୂଳକ କାର୍ଯ୍ୟ କରିଯାଇଛନ୍ତି I ଜଣେ ଦୃଢ଼ ସଂଗଠକ, ମିଷ୍ଠଭାଷୀ, ସମାଜସେବୀ ତଥା ପରୋପକାରୀ ଭାବେ ସେ ଚିରପରିଚିତ ଥିଲେ I ତାଙ୍କ ବିୟୋଗ ସମଗ୍ର ରାଜନୀତି ଜଗତ ତଥା ରାଜ୍ୟପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ତାଙ୍କ ଶୋକବାର୍ତ୍ତାରେ ପ୍ରକାଶ କରିଛନ୍ତି ।
ଏଥି ସହ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ତାଙ୍କ ପରିବାର ବର୍ଗ ଓ ଆତ୍ମୀୟ ସ୍ୱଜନଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି।