ଭୁବନେଶ୍ୱର– ଆଗାମୀ ୨ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ିର ସମ୍ଭାବନା ରହିଛି । ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, କନ୍ଧମାଳ ଏବଂ କଳାହାଣ୍ଡି ଏସବୁ ଜିଲ୍ଲା ଗୁଡିକରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ିର ସମ୍ଭାବନା ରହିଛି । ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର, ଭୁବନେଶ୍ୱର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।