ଭୁବନେଶ୍ୱର– ସୁଭଦ୍ରାକୁ ନେଇ ବଡ଼ ସୂଚନା । କାଲି ବାଦ୍ ପଡ଼ିଥିବା 22 ପ୍ରତିଶତ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା । ବାଦ ପଡ଼ିଥିବା 2 ଲକ୍ଷ 67 ହଜାର ଆବେଦନକୁ ଆଉ ଥରେ ଯାଞ୍ଚ ପରେ ନିଷ୍ପତ୍ତି ନିଆଯାଇଛି । ସେଥିରୁ 22 ପ୍ରତିଶତ ହିତାଧିକାରୀଙ୍କୁ ଆସନ୍ତାକାଲି ସୁଭଦ୍ରା ଟଙ୍କା ଦିଆଯିବ । ବାକି ଯେଉଁମାନେ ଜମି ସମସ୍ୟା ଯୋଗୁଁ ତାଲିକାରେ ନାଁ ନାହିଁ । ତାଙ୍କ ନାଁ’ରେ ଜମି ନାହିଁ କିନ୍ତୁ ସେମାନେ ଧାନ ବିକିଛନ୍ତି । ଏହି ବିବାଦରେ ଫିଜିକାଲ ଭେରିଫିକେସନ ହେବ । ସେମାନଙ୍କର ମଧ୍ୟ ଯାଞ୍ଚ ହୋଇ ସାମିଲ କରାଯିବ । 2 ଲକ୍ଷ 67 ହଜାର ଆବେଦନ କରି ବିଭିନ୍ନ କାରଣ ପାଈଁ ବାଦ ପଡ଼ିଥିଲେ । ସେମାନଙ୍କୁ ଆଉ ଥରେ ଯାଞ୍ଚ କରି ସାମିଲ କରିବାକୁ ନିଷ୍ପତ୍ତି ହୋଇଥିଲା । ବିଡ଼ିଓ ମାନଙ୍କୁ ନୋଡାଲ ଏଜେନସି ଦାୟିତ୍ୱ ଦିଆଯାଇଥିଲା । ରିପୋର୍ଟ ଆସିବା ପରେ ଗୁରୁବାର ବୈଠକ କରି ନିଷ୍ପତ୍ତି ହୋଇଥିବା ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ।
5 ଲକ୍ଷ ମିସ ମ୍ୟାଚ ହେଉଥିଲା, ତାହା ସମାଧାନ ହୋଇନାହିଁ । ସେମାନେ ଏଥର ସାମିଲ ହେବେନାହିଁ । ସେମାନଙ୍କ ଆକାଉଣ୍ଟ ଆଧାର ଲିଙ୍କରେ ସମସ୍ୟା ଅଛି । ଆଧାର, ଆକାଉଣ୍ଟ, ମୋବାଇଲ ନମ୍ବର ସଂଯୋଗ କରେଇବା ପରେ ସେମାନେ ସାମିଲ ହେବେ । ଏହାର ସମାଧାନ ହେବା ପରେ ଡିସେମ୍ବରରେ ସେମାନେ ପାଇପାରିବେ । ଏହାର ସଚେତନତା ଲାଗି ସରକାରୀ ଅଧିକାରୀ ଘରକୁ ଯିବେ । ବାଦ ପଡିଥିବା ହିତାଧିକାରୀଙ୍କୁ ସାମିଲ କରିବା ଯାଏଁ ପ୍ରକ୍ରିୟା ଜାରି ରହିବ ।