ଭୁବନେଶ୍ୱର– ଆଜି ପବିତ୍ର ପ୍ରଥମାଷ୍ଟମୀ । ପୋଢୁଆଁ ହେବେ ଘରର ଜ୍ୟେଷ୍ଠ । ଏଥିପାଇଁ ଘରେ ଘରେ ମହକୁଛି ପିଠାପଣା । ଏହି ଅବସରରେ ଏଣ୍ଡୁରି ପିଠା ପ୍ରସ୍ତୁତ ହୋଇଥାଏ । ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀର ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘ ଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ଏହି ଦିନ ସେମାନଙ୍କର ଦୀର୍ଘାୟୁ କାମନା କରି ମାଆମାନେ ଷଠୀ ଦେବୀଙ୍କର ପୂଜାର୍ଚ୍ଚନା କରିଥାନ୍ତି । ପଞ୍ଚପଲ୍ଲବ ଓ ପଞ୍ଚଶସ୍ୟରେ କଳସପୂଜା ଓ ବରୁଣ ପୂଜା ହୋଇଥାଏ । ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର ତାକୁ ସ୍ନାନାନ୍ତେ ନୂତନ ବସ୍ତ୍ର ପିନ୍ଧାଇ ଦିଅଁଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମାଆମାନେ ବନ୍ଦାପନା କରନ୍ତି । ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତାଙ୍କୁ ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି ।
Related Stories
November 23, 2024