ଭୁବନେଶ୍ଵର, ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ ର ଏକ ବୈଠକ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକ ଶେଷ ହେବା ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ଅବଗତ କରାଇଥିଲେ ।
କ୍ୟାବିନେଟ୍ ବୈଠକରେ ମୋଟ ୨ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା ଏବଂ ସମସ୍ତ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ତନ୍ମଧ୍ୟରେ ୧ ଟି ପ୍ରସ୍ତାବ ଶିଳ୍ପ ବିଭାଗ ଏବଂ ଅନ୍ୟଟି ଉଚ୍ଚ ଶିକ୍ଷା ବିଭାଗ ସଂପର୍କିତ ପ୍ରସ୍ତାବ ଥିଲା । ଏହି ପ୍ରେସ୍ ବିବୃତ୍ତି ସମୟରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ଏବଂ ଉଚ୍ଚ ଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ଉପସ୍ଥିତ ଥିଲେ ।