କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ,
ପୁରୀ,ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏ.ଏସ୍.ଆଇ. ପକ୍ଷରୁ କରାଯାଇଥିବା ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଛି | ଏ.ଏସ୍.ଆଇ. ପକ୍ଷରୁ ଏହି କାର୍ଯ୍ୟ ହାଇଦ୍ରାବାଦ ସ୍ଥିତ ଏନ.ଜି.ଆର୍.ଆଇ ସହାୟତାରେ କରାଯାଇଥିଲା । ଶ୍ରୀମନ୍ଦିରର ସ୍ଥାୟିତ୍ବ ଏବଂ ସୁରକ୍ଷା ପ୍ରତି ଶ୍ରୀମନ୍ଦିର ପ୍ରଶାସନ ସର୍ବଦା ଯତ୍ନବାନ୍ ରହିଛି । ତେଣୁ ବୈଷୟିକ ରିପୋର୍ଟ ହସ୍ତଗତ ହୋଇସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି, ରକ୍ଷଣାବେକ୍ଷଣ ତଥା ସଂରକ୍ଷଣ କାର୍ଯ୍ଯ ହାତକୁ ନେବାକୁ ଏ.ଏସ.ଆଇ କର୍ତ୍ତୃପକ୍ଷଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ଏହି ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟରେ ଶ୍ରୀମନ୍ଦିର ପ୍ରଶାସନ ସମସ୍ତ ସହଯୋଗ କରିବ ବୋଲି ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ କହିଛନ୍ତି l
Related Stories
November 24, 2024