ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ଣ ପ୍ରାୟ ସାଢ଼େ ପାଞ୍ଚଟାରେ ନୂଆଦିଲ୍ଲୀର ଜବାହରଲାଲ ନେହରୁ ଷ୍ଟାଡିୟମରେ ‘ଓଡ଼ିଶା ପର୍ବ ୨୦୨୪’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ପ୍ରଧାନମନ୍ତ୍ରୀ ନିଜେ ଆଜି ସୋସିଆଲ ମିଡିଆ ଜରିଆରେ ଏହି ସୂଚନା ଦେଇଛନ୍ତି ।
ଉଲ୍ଲେଖନୀୟ ଯେ, ଓଡ଼ିଶା ପର୍ବ ହେଉଛି ନୂଆଦିଲ୍ଲୀର ଏକ ଟ୍ରଷ୍ଟ, ଓଡ଼ିଆ ସମାଜ ଦ୍ୱାରା ପରିଚାଳିତ ଏକ ପ୍ରମୁଖକାର୍ଯ୍ୟକ୍ରମ।ଏହା ମାଧ୍ୟମରେ ସେମାନେ ଓଡ଼ିଆ ଐତିହ୍ୟର ସଂରକ୍ଷଣ ଏବଂ ପ୍ରୋତ୍ସାହନ ଦିଗରେ ମୂଲ୍ୟବାନ ସମର୍ଥନ ପ୍ରଦାନ କରିବାରେ ନିୟୋଜିତ ହୋଇଛନ୍ତି। ଏହି ପରମ୍ପରାକୁ ବଜାୟ ରଖି ଚଳିତ ବର୍ଷ ଓଡ଼ିଶା ପର୍ବ ନଭେମ୍ବର ୨୨ ରୁ ୨୪ ପର୍ଯ୍ୟନ୍ତ ଆୟୋଜିତ ହେଉଛି।