ଭୁବନେଶ୍ୱର– ରାଜ୍ୟ ପାଇଁ ପାଣିପାଗ ପୂର୍ବାନୁମାନ ଏବଂ ଚେତାବନୀ । ୨ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧ, ପୁରୀ ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି । ସେହିପରି ୩ ରୁ ୫ ତାରିଖ ପର୍ଯ୍ୟନ୍ତ କେତେକ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।
୩ ତାରିଖ ସକାଳ ୮ଟା ୩୦ରୁ ୪ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ବର୍ଷା ନେଇ ୮ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ । ସେହିପରି ୪ ତାରିଖ ସକାଳ ୮ଟା ୩୦ରୁ ୫ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ବର୍ଷା ନେଇ ୭ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି ଏବଂ କନ୍ଧମାଳ । ସେହିପରି ୫ ତାରିଖ ସକାଳ ୮ଟା ୩୦ରୁ ୬ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ବର୍ଷା ନେଇ ୪ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତିକୁ ୱାର୍ଣ୍ଣିଂ ଜାରି ହୋଇଛି ।
୬ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ପାଗ ପ୍ରାୟତଃ ଶୁଖିଲା ରହିବ । ଆଗାମୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ । ପାଣିପାଗ ବିଜ୍ଞାନ କେନ୍ଦ୍ର, ଭୁବନେଶ୍ୱର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
December 3, 2024