
ପୁରୀ– ପୋଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରାଯାଇଛି। ଏହା ଚଳିତ ବର୍ଷ ନଭେମ୍ବର ୨୮ ତାରିଖ ଠାରୁ ୨୦୨୫ ମସିହା ଫେବୃଆରୀ ୨୫ ତାରିଖ ୯୦ ଦିନ ପର୍ଯ୍ୟନ୍ତ ପୁରୀ ଜିଲ୍ଲାର ସମସ୍ତ ପୋଲିସ ଷ୍ଟେସନ ଅଞ୍ଚଳ, ପୁରୀ ମୁନିସିପାଲ୍ଟି, ପିପିଲି, କୋଣାର୍କ ଓ ନିମାପଡା ଏନ ଏ ସି ଅଞ୍ଚଳରେ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ବିନା ଅନୁମତିରେ ସଭା, ଶୋଭାଯାତ୍ରା, ମାଇକ ବ୍ୟବହାରକୁ ବେଆଇନ ଘୋଷଣା କରାଯାଇଛି ବୋଲି ଏସପି ବିନୀତ ଅଗ୍ରୱାଲ ସୂଚନା ଦେଇଛନ୍ତି।