
ଭୁବନେଶ୍ୱର– ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି,ମହାନ ସାରସ୍ଵତ ସାଧକ, ଓଡ଼ିଶା ରାଜ୍ୟ ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜନ୍ମ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି। ଓଡ଼ିଆ ସାହିତ୍ୟ ଜଗତକୁ ସମୃଦ୍ଧ କରିବାରେ ତାଙ୍କର କାଳଜୟୀ ସୃଷ୍ଟି ଏବଂ ଅବଦାନ ସଦା ସର୍ବଦା ବନ୍ଦନୀୟ।