ଭୁବନେଶ୍ୱର, ଓଡ଼ିଶା ମାଷ୍ଟରସ୍ (Odisha Masters BWF Tour Super 100) ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଚଳିତ ବର୍ଷ କଟକ ଜବହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମ୍ ଠାରେ ଆୟୋଜିତ ହେବ। ଟୁର୍ଣ୍ଣାମେଣ୍ଟରେ ୨୯ଟି ଦେଶରୁ ପ୍ରାୟ ୩୦୦ କ୍ରୀଡ଼ାବିତ୍ ଭାଗନେବେ।
ତୃତୀୟ ଥର ପାଇଁ କଟକଠାରେ ଆୟୋଜିତ ହେଉଥିବା ଓଡ଼ିଶା ମାଷ୍ଟରସ୍ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆସନ୍ତା ଡ଼ିସେମ୍ବର ୧୦ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।
ଆସନ୍ତା ଡ଼ିସେମ୍ବର ୧୦ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ମାଷ୍ଟରସ୍ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ କଟକ ଜବାହାରଲାଲ ନେହେରୁ ଷ୍ଟାଡିୟମ୍ ଠାରେ ଆୟୋଜିତ ହେବ। ଚଳିତବର୍ଷ ଟୁର୍ଣ୍ଣାମେଣ୍ଟରେ ଭାରତ, ଜାପାନ, ଇଣ୍ଡୋନେସିଆ, ଚୀନ, ଡ଼େନମାର୍କ, ବଲଗେରିଆ ଆଦି ଦେଶ ତଥା ସମୁଦାୟ ୨୯ଟି ଦେଶରୁ ପ୍ରାୟ ୩୦୦ କ୍ରୀଡ଼ାବିତ୍ ପ୍ରତିଯୋଗିତାରେ ଭାଗ ନେବେ। ଟୁର୍ଣ୍ଣାମେଣ୍ଟରେ ସିଂଗଲସ୍ (Singles),ଡ଼ବଲସ୍ (doubles) ଆଦି ବିଭାଗରେ କ୍ରୀଡ଼ାବିତ୍ମାନେ ଅଂଶଗ୍ରହଣ କରିବେ। ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା ଠାରୁ ଆରମ୍ଭ କରି ସମସ୍ତ ଆନୁଷ୍ଠାନିକ ପ୍ରସ୍ତୁତି ହୋଇସାରିଛି। ୋ
Related Stories
January 13, 2025
January 13, 2025