![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର– ଶ୍ରୀ ରାମକୃଷ୍ଣ ମହାପାତ୍ରଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ଏକ୍ସ ହ୍ୟାଣ୍ଡେଲରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଭୁବନେଶ୍ବର ଠାରେ ସ୍ୱାଧୀନତା ସଂଗ୍ରାମୀ, ବିଶିଷ୍ଟ ଲେଖକ ଓ ଗାଳ୍ପିକ ଶତାୟୁ ପୁରୁଷ ସ୍ୱର୍ଗତ ଶ୍ରୀ ରାମକୃଷ୍ଣ ମହାପାତ୍ରଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି । ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ବରିଷ୍ଠ କାର୍ଯ୍ୟକର୍ତ୍ତା ଗୋପାଳ ଭାଇ, ଆମ ଦଳର ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ଏବଂ ପରିବାରର ସଦସ୍ୟମାନଙ୍କୁ ଭେଟିଲି । ସାହିତ୍ଯ କ୍ଷେତ୍ରରେ ସ୍ୱର୍ଗତ ଶ୍ରୀ ରାମକୃଷ୍ଣ ମହାପାତ୍ରଙ୍କ ଯୋଗଦାନ ଚିର ସ୍ମରଣୀୟ ହୋଇରହିବ ।