ଭୁବନେଶ୍ୱର– ଜିନ୍ନତ ଏବେ ବି ଝାଡ଼ଖଣ୍ଡରେ । ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ ଜିନ୍ନତ ଏବେ ବି ଝାଡ଼ଖଣ୍ଡ ଜଙ୍ଗଲରେ ବୁଲୁଛି । ଜଙ୍ଗଲ ବିଭାଗ ଜିନ୍ନତ ଉପରେ ତୀକ୍ଷ୍ମ ନଜର ରଖିଛି । ଏବେ ବି ଏକ ସ୍ବତନ୍ତ୍ର ଟିମ୍ ଝାଡ଼ଖଣ୍ଡରେ ରହି ସ୍ଥିତି ଅନୁଧ୍ୟାନ କରୁଛନ୍ତି । ଟ୍ରାଙ୍କୁଲାଇଜ କରି ଶିମିଳିପାଳ ଫେରାଇ ଆଣିବାକୁ ଚିନ୍ତା କରାଯାଉଥିଲେ ମଧ୍ୟ ଏହା ଏତେ ସହଜ ପ୍ରକ୍ରିୟା ନୁହେଁ । 4 ଦିନ ଧରି ଜିନ୍ନତ କିଛି ଖାଉ ନଥିବାରୁ ଦିନକୁ ଦିନ ଦୁର୍ବଳ ହେଉଛି । ଏଭଳି ଅବସ୍ଥାରେ ଟ୍ରାଙ୍କୁଲାଇଜ କରିବା ସୁରକ୍ଷିତ ନୁହେଁ । ହେଲେ ଜିନ୍ନତକୁ ଫେରାଇ ଆଣିବାକୁ ବିଭାଗ ଉଦ୍ୟମ ଜାରି ରଖିଛି ବୋଲି ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ।