ଭୁବନେଶ୍ୱର– ଆଗାମୀ ତିନି ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକା ବର୍ଷା ସାଙ୍ଗକୁ ଥଣ୍ଡା ପାଗ ଅନୁଭୂତ ହେବ । ସେନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ସକାଳ ସୁଦ୍ଧା ହାଲୁକା ବର୍ଷା ସାଙ୍ଗକୁ ଥଣ୍ଡା ଅନୁଭୂତ ହେବା ନେଇ ୧୯ ଟି ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ପୁରୀ, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ।
୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ହାଲୁକା ବର୍ଷା ସାଙ୍ଗକୁ ଥଣ୍ଡା ଅନୁଭୂତ ହେବା ନେଇ ୧୪ ଟି ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ସୋନପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ।
ସେହପରି ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ହାଲୁକା ବର୍ଷା ସାଙ୍ଗକୁ ଥଣ୍ଡା ଅନୁଭୂତ ହେବା ନେଇ ୯ଟି ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଖୋର୍ଦ୍ଧ, ପୁରୀ, ଜଗତସିଂହପୁର, କଟକ, ଯାଜପୁର, କେନ୍ଦ୍ରାପଡ଼ା ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
December 22, 2024