
ଜଗତସିଂହପୁର- ଜଗତସିଂହପୁର ଜିଲ୍ଲା ସଅଁରା ସ୍ଥିତ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର କାର୍ଯ୍ୟାଳୟ ନିକଟରେ ଏକ ଘରୋଇ ଯାତ୍ରୀବାହି ବସ୍ ଭାରସାମ୍ୟ ହରାଇ ରାସ୍ତା କଡ଼ କ୍ଷେତକୁ ଓଲଟି ପଡିବା ଫଳରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଗୁରୁତର ମାନଙ୍କୁ ଚିକିତ୍ସା ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି ।
‘ଗୁରୁଡ଼’ ନାମକ ଏହି ଯାତ୍ରୀବାହି ବସ୍ ୪୦ରୁ ଉର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଜଗତସିଂହପୁରରୁ ସାରଳା ମନ୍ଦିର ଅଭିମୁଖେ ଯାଉଥିବା ବେଳେ ଆଜି ଦିନ ପ୍ରାୟ ସାଢ଼େ ୧୨ଟା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବସ୍ ର ଆଗ ଚକ ହଠାତ୍ ଫାଟିଯିବାରୁ ଭାରସାମ୍ୟ ହରାଇ ବସ୍ ଟି ରାସ୍ତା ପାଶ୍ୱର୍ କ୍ଷେତ ମଧ୍ୟକୁ ଓଲଟି ପଡିଥିଲା । ସ୍ଥାନୀୟ ଲୋକଙ୍କ ସହାୟତା କ୍ରମେ ଆହତ ମାନଙ୍କୁ ଉଦ୍ଧାର କରାଯାଇ ଡ଼ାକ୍ତରଖାନାରେ ଭର୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଚଳାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO