ଭୁବନେଶ୍ୱର– ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ଵର୍ଗତ ମହାନ୍ତି ଜଣେ ଦକ୍ଷ ସଂଗଠକ,ସମାଜସେବୀ ଓ ପରୋପକାରୀ ବ୍ୟକ୍ତି ଭାବେ ସମସ୍ତଙ୍କର ପ୍ରିୟ ଭାଜନ ଥିଲେ । ୨୦୦୯ ଏବଂ ୨୦୧୪ ରେ କ୍ରମାଗତ ଭାବେ ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀ ରୁ ନିର୍ବାଚିତ ହୋଇ ସେ ତାଙ୍କ ଲୋକପ୍ରିୟତା କୁ ପ୍ରମାଣିତ କରିଛନ୍ତି । ଛାତ୍ର ରାଜନୀତିରୁ ରାଜନୈତିକ କ୍ୟାରିୟର ଆରମ୍ଭ କରି ଭୁବନେଶ୍ୱର ଯୁବ ବର୍ଗ ଙ୍କ ପାଖ ରେ ବାଦଲ ଭାଇ ଭାବେ ସେ ସୁପରିଚିତ ଥିଲେ । ସମାଜ ର ଗରିବ ଓ ଅବହେଳିତ ଙ୍କ କଲ୍ୟାଣ ସାଧନ କୁ ସେ ସର୍ବଦା ପ୍ରାଧାନ୍ୟ ଦେଉଥିଲେ । ତାଙ୍କ ଅମର ଆତ୍ମା ର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି।
Related Stories
December 22, 2024