ଭୁବନେଶ୍ୱର– ଆଗାମୀ ୨ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଏବଂ ଥଣ୍ଡା ପାଗ ଅନୁଭୂତ ହେବ ।
ଆଗାମୀ ୨୪ ଘଂଟା ମଧ୍ୟରେ ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର ଏବଂ ଭଦ୍ରକ, ଏସବୁ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଏବଂ ଥଣ୍ଡା ପାଗ ଅନୁଭୂତ ହେବ ।
ସେହିପରି ଆସନ୍ତାକାଲି ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଏସବୁ ଜିଲ୍ଲାର କେତେକ ସ୍ଥାନରେ ହାଲୁକା ବର୍ଷା ହେବ । ଏବଂ ଥଣ୍ଡା ପାଗ ଅନୁଭୂତ ହେବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
January 13, 2025
January 13, 2025