ଭୁବନେଶ୍ୱର– ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ତାଙ୍କ ମନ୍ତ୍ରୀମଣ୍ଡଳର ସଦସ୍ୟ ମାନେ ଆଜି ରାଜ୍ୟ ଅତିଥି ଭବନରେ ବିଦାୟୀ ରାଜ୍ୟପାଳ ଶ୍ରୀ ରଘୁବର ଦାସଙ୍କୁ ଭେଟି ବିଦାୟୀ ସମ୍ବର୍ଦ୍ଧନା ଜଣାଇଛନ୍ତି । ଏହା ସହିତ ରାଜ୍ୟର ବିକାଶ କ୍ଷେତ୍ରରେ ତାଙ୍କର ଦୃଢ଼ ନେତୃତ୍ୱ ଏବଂ ଅବଦାନ ପାଇଁ ଓଡ଼ିଶାବାସୀଙ୍କ ତରଫରୁ ଧନ୍ୟବାଦ ଜଣାଇଛନ୍ତି ।
ଏହା ପରେ ଭୁବନେଶ୍ୱର ବିମାନ ବନ୍ଦର ଠାରେ ମଧ୍ୟ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀ ମାନେ ରେ ବିଦାୟୀ ରାଜ୍ୟପାଳ ଶ୍ରୀ ରଘୁବର ଦାସଙ୍କୁ ସମ୍ବର୍ଦ୍ଧନା ଜଣାଇଛନ୍ତି । ଓଡ଼ିଶାବାସୀଙ୍କ କଲ୍ୟାଣ ପାଇଁ ତାଙ୍କର ଅବଦାନ ଅବିସ୍ମରଣୀୟ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଏବଂ ମଙ୍ଗଳମୟ ଜୀବନ କାମନା କରିଛନ୍ତି ।
Related Stories
December 26, 2024