ଭୁବନେଶ୍ଵର, ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ର ଏକ ବୈଠକ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକ ଶେଷ ହେବା ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ଅବଗତ କରାଇଥିଲେ ।
କ୍ୟାବିନେଟ୍ ବୈଠକରେ ମୋଟ ୯ ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା ଏବଂ ସମସ୍ତ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ତନ୍ମଧ୍ୟରେ ଗୋଟିଏ ପ୍ରସ୍ତାବ ସପ୍ତଦଶ ବିଧାନ ସଭାର ୨ୟ ଅଧିବେଶନର ସତ୍ରାବସାନ ସଂପର୍କିତ ଥିଲା ।