ପୁରୀ– ଶ୍ରୀମନ୍ଦିରରେ ବିଶୃଙ୍ଖଳା ତଥା ଅନ୍ଯ ଏକ ସେବକଙ୍କୁ ମାରପିଟ୍ ପାଇଁ ଶ୍ରୀମନ୍ଦିର ଆଇନ୍ ୨୧ -କ ଧାରା ଅନୁସାରେ ମୁଖ ପଖାଳ ସେବକ ବିଶ୍ବନାଥ ଖୁଣ୍ଟଙ୍କୁ ୩ ମାସ ପାଇଁ ସେବାରୁ ନିଲମ୍ବିତ କରାଯାଇଛି। ଏହା ପୂର୍ବରୁ ଶ୍ରୀ ଖୁଣ୍ଟିଆଙ୍କୁ କୈଫିୟତ ତଲବ ହୋଇଥିଲା l ନିଲମ୍ବନ ସମୟରେ ଶ୍ରୀ ଖୁଣ୍ଟିଆ ଶ୍ରୀମନ୍ଦିର ମଧ୍ୟରେ ତାଙ୍କ ସମସ୍ତ ସେବାରୁ ନିବୃତ୍ତ ରହିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଆଦେଶ ପ୍ରଦାନ କରିଛନ୍ତି l ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଆଉଥରେ ସ୍ପଷ୍ଟ କରିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ବିଶୃଙ୍ଖଳାକୁ କଦାପି ବରଦାସ୍ତ କରାଯିବ ନାହିଁ l
Related Stories
January 6, 2025