ଭୁବନେଶ୍ୱର– ଆଗାମୀ ୪ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରାରେ କୌଣସି ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡ଼ିଗ୍ରୀ ସେଲସିୟସ୍ ବୃଦ୍ଧି ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।