ଭୁବନେଶ୍ୱର– ଆଗାମୀ ୩ ଦିନ ମଧ୍ୟରେ ଘନ କୁହୁଡ଼ି ନେଇ ୯ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା. ନୟାଗଡ଼, କନ୍ଧମାଳ ଏବଂ କୋରାପୁଟ । ସେସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ ।
ସେହିପରି ଆସନ୍ତାକାଲି ମଧ୍ୟରେ ଓଡ଼ିଶାର ଝାରସୁଗୁଡ଼ା, ପୁରୀ, ସମ୍ବଲପୁର, କଳାହାଣ୍ଡି, ଯାଜପୁର ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।
ସେହିପରି ୧୨ ତାରିଖ ସକାଳ ୮ଟା ୩୦ରୁ ୧୪ ତାରିଖ ସକାଳ ୮ଟା ୩୦ ସୁଦ୍ଧା ଝାରସୁଗୁଡ଼ା, ପୁରୀ, ସମ୍ବଲପୁର, କଳାହାଣ୍ଡି, ଯାଜପୁର, ଭଦ୍ରକ, ଗଞ୍ଜାମ, ଗଜପତି, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
January 21, 2025