ଭୁବନେଶ୍ୱର– ଆଗାମୀ ୩ ଦିନ ପାଇଁ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡ଼ିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ତା’ପର ଦିନ ଠାରୁ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ସେଲସିୟସ୍ ହ୍ରାସ ପାଇବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।