ଭୁବନେଶ୍ୱର– ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବାସୁବିଧା ଉପଲବ୍ଧ କରାଯାଇଛି । ଏହା ଦ୍ୱାରା ଯେଉଁମାନେ ଭୁଲରେ ନାମ ବାଦ ହୋଇଯାଇଥିଲେ ସେମାନେ ପୁନର୍ବାର ସୁଭଦ୍ରାରେ ସାମିଲ ହେବାର ସୁଯୋଗ ପାଇପାରିବେ । ଏହି ସୁବିଧା ଉପଲବ୍ଧ ହେବା ପରେ ପ୍ରାୟ ୮୦୦୦ ରୁ ଅଧିକ ଆବେଦନକାରୀ ସୁଭଦ୍ରାରେ ପୁନଃସାମିଲ ହୋଇସାରିଛନ୍ତି । ତେଣୁ ଯେଉଁ ମାନେ ଭୁଲରେ ନାମ ବାଦହୋଇଯାଇଥିଲେ, ସେମାନେ ଏହାର ସୁବିଧା ନେବାକୁ ମହିଳା ଏବ ଶିଶୁ ବିକାଶ ବିଭାଗ ତରଫରୁ ସୂଚନା ଦିଆଯାଇଛି । ସେହିପରି ଖୁବ ଶୀଘ୍ର ଚତୁର୍ଥ ପର୍ଯ୍ୟାୟ ପ୍ରଥମ କିସ୍ତି ଅର୍ଥ ରାଶି ପ୍ରଦାନ କରାଯିବ । ହେଲେ ଏବେ ବି ଦୁଇ ଲକ୍ଷ ରୁ ଊଦ୍ଧ୍ୱର୍ ଆବେଦନକାରୀ ସେମାନଙ୍କର ଇ-କେୱାସି କରିନାହାନ୍ତି ଅବା ଓଟିପି ମାଧ୍ୟମରେ ଇ-କେୱାସି କରିଛନ୍ତି । ଯୋଗ୍ୟ ବିବେଚିତ ହେଲେ ମଧ୍ୟ ସେମାନେ ଅର୍ଥରାଶି ପାଇବାରେ ଅସୁବିଧା ହେବ । ତେଣୁ ତୁରନ୍ତ ସେମାନେ ନିକଟସ୍ଥ ଜନସେବା କେନ୍ଦ୍ର ବା ମୋ ସେବା କେନ୍ଦ୍ରକୁ ଯାଇ ବାୟୋମେଟ୍ରିକ ପଦ୍ଧତିରେ ନିଜର ଇ-କେୱାସି କରିନେବାକୁ ବିଭାଗ ତରଫରୁ ପରାମର୍ଶ ଦିଆଯାଇଛି ।
Related Stories
January 11, 2025