
ଭୁବନେଶ୍ୱର– ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଆଗାମୀ ୨ ଦିନ ମଧ୍ୟରେ ଓଡ଼ିଶାର ସମ୍ବଲପୁର, କଳାହାଣ୍ଡି, କଟକ, ଖୋର୍ଦ୍ଧା, ପୁରୀ, ଯାଜପୁର, ଭଦ୍ରକ, ଗଞ୍ଜାମ, ଗଜପତି, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା । ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।
ସେହିପରି ୧୪ ତାରିଖ ସକାଳ ୮ଟା ୩୦ରୁ ୧୫ ତାରିଖ ସକାଳ ୮ଟା ୩୦ ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।