ଭୁବନେଶ୍ୱର– ଆଗାମୀ ୨ ଦିନ ମଧ୍ୟରେ ଘନ କୁହୁଡ଼ି ନେଇ ୩ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା, କନ୍ଧମାଳ, କଳାହାଣ୍ଡି ଏବଂ କୋରାପୁଟ । ସେସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ । ତେବେ ୧୫ ତାରିଖ ଠାରୁ ୧୮ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ସେହିପରି ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଆଗାମୀ ୨୪ ଘଂଟା ମଧ୍ୟରେ ଓଡ଼ିଶାର ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, କଟକ ଏବଂ ଖୋର୍ଦ୍ଧା ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।
ଏହାର ପରବର୍ତୀ ଦୁଇ ଦିନ ଅର୍ଥାତ୍ ୧୪ ତାରିଖ ସକାଳ ୮ଟା ୩୦ରୁ ୧୬ ତାରିଖ ସକାଳ ୮ଟା ୩୦ ସୁଦ୍ଧା ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, ଅନୁଗୁଳ, କଟକ ଏବଂ ଖୋର୍ଦ୍ଧା ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
January 13, 2025
January 13, 2025