ଜଗତସିଂହପୁର- ଗତକାଲି ଜଗତସିଂହପୁର ଜିଲ୍ଲାର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମରେ ୭୧ ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି । ଉକ୍ତ ଉତ୍ସବରେ ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲାର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ସମେତ ଜିଲ୍ଲାର ବହୁ ଅଧିକାରୀ ମାନେ ଉପସ୍ଥିତ ଥିଲେ । ସେହିପରି ପାରାଦ୍ୱୀପ ବନ୍ଦରରେ ବନ୍ଦର ଅଧ୍ୟକ୍ଷ ରିଙ୍କେଶ୍ୱ ରାୟ ଗୋପବନ୍ଧୁ ଷ୍ଟାଡିୟମ ଠାରେ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ତୈଳ ବିଶୋଧନାଗାର, ଇଫକୋ, ପିପିଏଲରେ ମଧ୍ୟ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା ।
Related Stories
December 21, 2024