ଭୁବନେଶ୍ୱର– ଆସନ୍ତା ୨୪ ଘଂଟା ମଧ୍ୟରେ ଅତି ଘନ କୁହୁଡ଼ି ନେଇ ୬ ଜିଲ୍ଲା ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ଆଦି ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ସେସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ ।
୧୭ ତାରିଖ ସକାଳ ୮ଟା ୩୦ରୁ ୧୮ ତାରିଖ ସକାଳ ୮ଟା ୩୦ ମଧ୍ୟରେ ଘନ କୁହୁଡ଼ି ନେଇ ୬ ଜିଲ୍ଲା ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ଆଦି ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ତେବେ ୧୮ ତାରିଖ ଠାରୁ ୨୧ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ ।
ସେହିପରି ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
January 16, 2025