ଭୁବନେଶ୍ୱର– ଆସନ୍ତା ଶିକ୍ଷା ବର୍ଷରୁ ସ୍କୁଲ ସ୍ତରରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020 ବା ଏନଇପି 2020 । ଏହା ଐତିହାସିକ ପଦକ୍ଷେପ । ଶିକ୍ଷା ସରଳୀକାରଣ ହେବ । ଏଫଏଲଏମର ନିପୁଣ ଓଡ଼ିଶା ଲାଗୁ କରାଯିବ । ପ୍ରାଥମିକ ସ୍ତରରେ ପିଲା ମାନେ ଭିତ୍ତି ଠିକ ରହିବା ନେଇ ପ୍ରତି ପଂଚାୟତରେ ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କରିବାକୁ ଯାଉଛନ୍ତି ସରକାର । ଏଥିରେ ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି । ବିଦ୍ୟାଳୟ ସ୍ତରରେ ଧନ୍ଦାମୂଳକ ଶିକ୍ଷା ବି ଦିଆଯାଉଛି । ବିଶେଷ କରି ଓଡ଼ିଆ ଭାଷା କଳା ଓ ସଂକୃତିକୁ ବି ଏଥିରେ ପ୍ରଚାର ପ୍ରସାର କରାଯାଉଛି ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏନଇପି ଲାଗୁ ହେଲେ ଜିରୋ ଡ୍ରପ ଆଉଟ ହେବା ଗୁଣାତ୍ମକ ଶିକ୍ଷା ମିଳିପାରିବ । ସେଥିପାଇଁ ମାଧୋ ସିଂ ହାତଖର୍ଚ୍ଚ ଯୋଜନା ବି ଲାଗୁ ହୋଇଛି । ଏଥିରେ 156 କୋଟି ବ୍ୟୟ ବରାଦ ହୋଇଛି । ନବମ ଓ ଏକାଦଶ ଶ୍ରେଣୀରେ ପିଲା ମାନେ ନାମ ଲେଖାଇଲେ ତାଙ୍କ ଆକାଉଣ୍ଟକୁ ଟଙ୍କା ଯିବ । ପିଏଶ୍ରୀ ଯୋଜନା ପାଇଁ କେନ୍ଦ୍ର ସରକାରଙ୍କ ଶହ ଏମଓୟୁ ସ୍ଵାକ୍ଷର ହୋଇ ଓଡ଼ିଶାର ପ୍ରାୟ 350 ସ୍କୁଲ ମିଳିଛି । ଆହୁରି ସ୍କୁଲ ଏଥିରେ ସାମିଲ କରିବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରୁଛୁ । ଏହା ଦ୍ୱାରା ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସିବ । ଜାନୁଆରୀ 21ରୁ 23 ଯାଏଁ ଏନଇପି କର୍ମଶାଳା ହେବ । ଏନଇପି 2020ରେ ଆସନ୍ତା ଶିକ୍ଷା ବର୍ଷରୁ ବାଲବାଟିକା ଥ୍ରୀ ନିଆଯିବ । ପରବର୍ତୀ ସମୟରେ ବାଲବାଟିକା 1 ଓ ଦୁଇ ବି ନେବାକୁ ଯୋଜନା ହେଉଛି ବୋଲି ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଛନ୍ତି ।
Related Stories
January 16, 2025