ଭୁବନେଶ୍ୱର– ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଗଭୀର ଶୋକ ପ୍ରକାଶ କରିବା ସହ ଏକ ଶୋକବାର୍ତ୍ତାରେ କହିଛନ୍ତି, “ଜୀବନରେ ମାଆଙ୍କ ସ୍ଥାନ ସର୍ବଦା ସ୍ୱତନ୍ତ୍ର ଓ ଅତୁଳନୀୟ। ମାଆଙ୍କ ସ୍ଥାନ କେହି କେବେ ନେଇପାରିବେ ନାହିଁ । ମୋର ବନ୍ଧୁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଜି ତାଙ୍କ ମାଆ ଲୋଭାବତୀଙ୍କୁ ହରାଇଥିବା ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ । ଏଭଳି ଦୁଃଖଦ ପରିସ୍ଥିତିକୁ ଧୈର୍ଯ୍ୟର ସହ ସାମନା କରିବାକୁ ପ୍ରଭୁ ଜଗନ୍ନାଥ ତାଙ୍କୁ ଓ ତାଙ୍କ ପରିବାରକୁ ଅସୀମ ଶକ୍ତି ପ୍ରଦାନ କରନ୍ତୁ । ଦିବଂଗତ ଆତ୍ମାର ସଦଗତି କାମନା କରିବା ସହ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ଓଁ ଶାନ୍ତି ।
Related Stories
January 16, 2025