ମହାକୁମ୍ଭ ନଗର– ମହାକୁମ୍ଭରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଆଗମନର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଧିକାରୀଙ୍କୁ ପ୍ରସ୍ତୁତି ପାଇଁ ଆବଶ୍ୟକ ଦିଗ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ମୌନୀ ଅମାବାସ୍ୟା ଓ ବସନ୍ତ ପଂଚମୀ ଅବସରରେ ଅମୃତ ସ୍ନାନ ସମୟରେ କଡା ସୁରକ୍ଷା ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ମହାକୁମ୍ଭର ଭ୍ରମଣ କରିବା ସହ ଅଧିକାରୀଙ୍କ ସହ ସମୀକ୍ଷା କରିଛନ୍ତି । ସେ ଅଧିକାରୀଙ୍କୁ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, କେନ୍ଦ୍ର ଗୃହମନ୍ତ୍ରୀ ସହିତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ପ୍ରୟାଗରାଜ ଆଗମନ ପାଇଁ ପ୍ରସ୍ତାବ ଥିବା କହିବା ସହ ସମସ୍ତ ପ୍ରସ୍ତୁତି ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।