-
ଜାନୁଆରୀ ୩୧ ତାରିଖ ଦିବା ୧୧ଟା ଠାରୁ ଆରମ୍ଭ ହେବ ପଞ୍ଜୀକରଣ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା
ଭୁବନେଶ୍ୱର। ଆଗାମୀ ଫେବୃୟାରୀ ୩ ତାରିଖ (ସୋମବାର)ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜାନୁଆରୀ ୩୧ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ ଏବଂ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ । ଏଥିନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ । ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।