ଭୁବନେଶ୍ୱର– ଆଗାମୀ ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଏନେଇ ଆସନ୍ତା ୨୪ ଘଂଟା ପାଇଁ ୧୬ଟି ଜିଲ୍ଲାକୁ ଚେତାବନୀ ଜାରୀ କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି ଏବଂ କନ୍ଧମାଳ । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ନେଇ ଚେତାବନୀ ରହିଛି । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିପାରେ ।
ସେହିପରି ୨ ତାରିଖ ସକାଳ ୮ଟା ୩୦ରୁ ୩ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ ୭ଟି ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ନେଇ ଚେତାବନୀ ରହିଛି । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିପାରେ । ତେବେ ଫେବୃଆରୀ ୩ ତାରିଖ ଠାରୁ ୬ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
February 1, 2025