ଭୁବନେଶ୍ୱର– ଆଗାମୀ ୩ ଦିନ ସକାଳ ସମୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଂଟା ମଧ୍ୟରେ ଉତର ଉପକୂଳ ଓଡ଼ିଶା ସମେତ ନୟାଗଡ଼, ଅନୁଗୁଳ, ଖୋର୍ଦ୍ଧା, ଗଞ୍ଜାମ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ସମ୍ବଲପୁର ଏବଂ ଦେବଗଡ଼ ଏସବୁ ଜିଲ୍ଲା ଗୁଡିକରେ କିଛି ସ୍ଥାନରେ ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।
ସେହିପରି ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ମଧ୍ୟରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, ବାଲେଶ୍ୱର, ଗଜପତି, ଢ଼େଙ୍କାନାଳ, ଅନୁଗୁଳ, କଳାହାଣ୍ଡି ଏବଂ ସୁନ୍ଦରଗଡ଼ ଏସବୁ ଜିଲ୍ଲା ଗୁଡିକରେ କିଛି ସ୍ଥାନରେ ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।
ଅନୁରୂପ ଭାବେ ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ମଧ୍ୟରେ ଉପକୂଳ ଓଡ଼ିଶା ସମେତ ଅନୁଗୁଳ, ଢ଼େଙ୍କାନାଳ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଏବଂ କୋରାପୁଟ ଏସବୁ ଜିଲ୍ଲା ଗୁଡିକରେ କିଛି ସ୍ଥାନରେ ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
February 3, 2025