ଭୁବନେଶ୍ୱର- ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଏନେଇ ଆସନ୍ତା ୨୪ ଘଂଟା ପାଇଁ ୧୧ଟି ଜିଲ୍ଲାକୁ ଚେତାବନୀ ଜାରୀ କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା ଏବଂ ଗଞ୍ଜାମ ଏସବୁ ଜିଲ୍ଲା ଗୁଡିକରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ନେଇ ଚେତାବନୀ ରହିଛି । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିପାରେ ।
ସେହିପରି ୪ ତାରିଖ ସକାଳ ୮ଟା ୩୦ରୁ ୫ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ ୭ଟି ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଖୋର୍ଦ୍ଧା ଏବଂ ଗଞ୍ଜାମ ଏସବୁ ଜିଲ୍ଲା ଗୁଡିକରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ନେଇ ଚେତାବନୀ ରହିଛି । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିପାରେ ।
ସେହିପରି ୫ ତାରିଖ ସକାଳ ୮ଟା ୩୦ରୁ ୬ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ ୧୧ଟି ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଏବଂ ଗଜପତି । ଏସବୁ ଜିଲ୍ଲା ଗୁଡିକରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ନେଇ ଚେତାବନୀ ରହିଛି । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିପାରେ । ତେବେ ୬ ତାରିଖ ଠାରୁ ୮ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
February 3, 2025