-
ବଡ଼ମେଡ଼ିକାଲ ରେ ବ୍ରହ୍ମପୁର ବିଧାୟକ ପହଂଚି ଆହତଙ୍କୁ ଚିକିତ୍ସା ତଦାରଖ କରୁଛନ୍ତି
ବ୍ରହ୍ମପୁର: ଜିଲ୍ଳା ତପ୍ତପାଣି ଘାଟି ନିକଟରେ ବ୍ରିଜରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ ମାରୁତି । ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। ବସ ତଳେ ଆଉ କିଛି ଲୋକ ଫସିରହିଥିବାରୁ ମୃତ୍ୟୁ ସଂଖ୍ୟା ଆହୁରି ବଢିବା ଆଶଙ୍କା ରହିଛି । ଆହତଙ୍କୁ ଉଦ୍ଧାର କରଯାଇ ଦିଗପହଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ସ୍ଥଳରେ ପାଟକୁ ଥାନା ପୁଲିସ ଏବଂ ଅଗ୍ନଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିନ୍ତି।
ସୂଚନା ଯୋଗ୍ୟ ଯେ, ଆଜି ଭୋର ୩ଟା ବେଳେ ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟିର ପାଳୁଖୋଳା ନିକଟରେ ଥିବା ଏକ ବ୍ରିଜରେ ଯାତ୍ରୀବାହୀ ବସଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ରାୟଗଡାରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ମାରୁତି ନାମକ ବସ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି ।
ସେହିପରି ଆହତଙ୍କ ମଧ୍ୟରୁ ଦିଗପହଣ୍ଡି ହସ୍ପିଟାଲରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ବସ ତଳେ ଆଉ କିଛି ଯାତ୍ରୀ ଫସିରହିଥିବାରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।
ମୃତ୍ୟୁ ସଂଖ୍ୟା ଆହୁରି ବଢିବା ଆଶଙ୍କା ରହିଛି । ସ୍ଥାନୀୟ ଲୋକଙ୍କ ସହାୟତାରେ ପାଟପୁର ପୋଲିସ ଓ ସାନଖେମୁଣ୍ଡି ଅଗ୍ନିଶମ ବାହିନୀ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି । ଆହତମାନଙ୍କୁ ସାନଖେମୁଣ୍ଡି ଓ ଗୁରୁତରଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଉଛି ।