
ଭୁବନେଶ୍ୱର– ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧ ଦିବସ ଅବସରରେ ବିଧାନସଭା ପରିସରରେ ଥିବା ତାଙ୍କର ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଏବଂ ରାଜ୍ୟର ଭାଷା, ସଂସ୍କୃତିକୁ ସୁରକ୍ଷିତ ରଖିବା ପାଇଁ ତାଙ୍କର ବହୁମୂଲ୍ୟ ଯୋଗଦାନ ଚିରସ୍ମରଣୀୟ।