
ଭୁବନେଶ୍ୱର/ପୁରୀ- ମାଘ ମାସ ଶୁଳ୍କ ଅଷ୍ଟମୀ ତିଥିରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୫ରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ।