![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର– ଆଗାମୀ ୨ ଦିନ ରାଜ୍ୟର କିଛି ସ୍ଥାନରେ ଘନ କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଏନେଇ ଆସନ୍ତା ୨୪ ଘଂଟା ପାଇଁ ୩ଟି ଜିଲ୍ଲାକୁ ଚେତାବନୀ ଜାରୀ କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ଜଗତସିଂହପୁର, କଟକ ଏବଂ ଖୋର୍ଦ୍ଧା । ଏସବୁ ଜିଲ୍ଲା ଗୁଡିକରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ନେଇ ଚେତାବନୀ ରହିଛି । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିପାରେ ।
ସେହିପରି ୭ ତାରିଖ ସକାଳ ୮ଟା ୩୦ରୁ ୮ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ ୨ଟି ଜିଲ୍ଲା ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ଏହି ଦୁଇ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ନେଇ ଚେତାବନୀ ରହିଛି । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିପାରେ । ତେବେ ୮ ତାରିଖ ଠାରୁ ୧୧ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।