ଭୁବନେଶ୍ୱର– ଆଗାମୀ ୨୪ ଘଂଟା ମଧ୍ୟରେ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ତିନି ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ । ଏବଂ ତାର ପରବର୍ତୀ ସମୟରେ ମଧ୍ୟ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ ।
ସେହିପରି ଆଗାମୀ ୭ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
February 6, 2025
February 6, 2025