ଭୁବନେଶ୍ୱର– ଆଗାମୀ ୩ ଦିନ ସକାଳ ସମୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଂଟା ମଧ୍ୟରେ ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ ଏସବୁ ଜିଲ୍ଲା ଗୁଡିକରେ କିଛି ସ୍ଥାନରେ ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।
ସେହିପରି ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ମଧ୍ୟରେ ଗଞ୍ଜାମ, ନୟାଗଡ଼, ପୁରୀ, ଗଜପତି, ଖୋର୍ଦ୍ଧା, କଳାହାଣ୍ଡି ଏବଂ କନ୍ଧମାଳ ଏସବୁ ଜିଲ୍ଲା ଗୁଡିକରେ କିଛି ସ୍ଥାନରେ ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।
ଅନୁରୂପ ଭାବେ ୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ମଧ୍ୟରେ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ ଏବଂ କଟକ ଏସବୁ ଜିଲ୍ଲା ଗୁଡିକରେ କିଛି ସ୍ଥାନରେ ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
February 6, 2025
February 6, 2025