![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର– ଆଗାମୀ ୨ ଦିନ ରାଜ୍ୟର କିଛି ସ୍ଥାନରେ ଘନ କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି । ଏସବୁ ଜିଲ୍ଲା ଗୁଡିକରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ନେଇ ଚେତାବନୀ ରହିଛି । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିପାରେ । ତେବେ ୯ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।