![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର– ଆଗାମୀ ୩ ଦିନ ସକାଳ ସମୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଆଗାମୀ ୨ ଦିନ ମଧ୍ୟରେ ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କୋରାପୁଟ ଏସବୁ ଜିଲ୍ଲା ଗୁଡିକରେ କିଛି ସ୍ଥାନରେ ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।
ସେହିପରି ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ମଧ୍ୟରେ ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡ଼ା, ମାଲକାନଗିରି । ଏସବୁ ଜିଲ୍ଲା ଗୁଡିକର ଗୋଟିଏରୁ ଦୁଇଟି ସ୍ଥାନରେ ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ିର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।