
ଭୁବନେଶ୍ୱର– ସ୍ୱାଧୀନତା ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତିଚାରଣ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏକ୍ସ ହ୍ୟାଣ୍ଡେଲରେ ନବୀନ କହିଛନ୍ତି ଯେ, ପ୍ରଜାମଣ୍ଡଳ ଆନ୍ଦୋଳନକୁ ସଫଳ କରିବାରେ ବଳିଷ୍ଠ ଭୂମିକା ଗ୍ରହଣ କରିଥିବା ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ଲୋକଙ୍କ ସେବା ସହ ରାଜ୍ୟକୁ ପ୍ରଗତି ପଥରେ ଆଗେଇ ନେବାରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ।