![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର– ବିଜେପିର କାର୍ଯ୍ୟକର୍ତ୍ତା ଅମ୍ବିକା ମିଶ୍ରଙ୍କ ପୁତ୍ର ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । ଏକ୍ସ ହ୍ୟାଣ୍ଡେଲରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଢେଙ୍କାନାଳ ଜିଲ୍ଲା ଜୋରନ୍ଦା ଅଞ୍ଚଳର ଆମ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ଅମ୍ବିକା ମିଶ୍ରଙ୍କ କନିଷ୍ଠ ପୁତ୍ର ଶ୍ରୀତମ ମିଶ୍ରଙ୍କ ଏତେ କମ ବୟସରେ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଏହି ଦୁଃଖଦ ସମୟରେ ମହାପ୍ରଭୁ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ଶକ୍ତି ପ୍ରଦାନ କରନ୍ତୁ । ଓଁ ଶାନ୍ତି ।