![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର– ଆଗାମୀ ୩ ଦିନ ସକାଳ ସମୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଆସନ୍ତା୨୪ ଘଂଟା ମଧ୍ୟରେ ଉତର ଉପକୂଳ ଓଡ଼ିଶାର ଜିଲ୍ଲା ଗୁଡିକ ସହିତ ରାଜ୍ୟର ଖୋର୍ଦ୍ଧା, ଢ଼େଙ୍କାନାଳ ଜିଲ୍ଲାର କିଛି ସ୍ଥାନରେ ଏବଂ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି ଏବଂ କୋରାପୁଟ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।
ସେହିପରି ୧୧ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ମଧ୍ୟରେ ଉପକୂଳ ଓଡ଼ିଶାର ଜିଲ୍ଲା ଗୁଡିକରେ ଗୋଟିଏରୁ ଦୁଇଟି ସ୍ଥାନରେ ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ିର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।