![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର– ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଏନେଇ ଆସନ୍ତା ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା । ଏସବୁ ଜିଲ୍ଲା ଗୁଡିକରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ନେଇ ଚେତାବନୀ ରହିଛି । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିପାରେ । ତେବେ ୧୧ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।